ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ନୂଆଗାଁରେ କାଳୀପୂଜା ମଣ୍ଡପ ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ଓ ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେସନ୍

sumanta swain | 10 Oct 2026 | 9 min read | 12 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ଓ ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେସନ୍ ପକ୍ଷରୁ ନୂଆଗାଁ ଗ୍ରାମ ପଞ୍ଚାୟତରେ ଏକ କାଳୀପୂଜା ମଣ୍ଡପ ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି । ମଣ୍ଡପ ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଆଜିଠାରୁ ଏହାର ସୌନ୍ଦର୍ଯ୍ୟକରଣ ଓ ଉନ୍ନତୀକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଆଗାମୀ କାଳୀପୂଜା ଉତ୍ସବ ପୂର୍ବରୁ ସ୍ଥାନୀୟ ଲୋକଙ୍କ ଦୀର୍ଘଦିନର ଦାବି ପୂରଣ କରିବା ଉଦ୍ଦେଶ୍ୟରେ ଏହି ପଦକ୍ଷେପ ନିଆଯାଇଛି ।
ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ଲିମିଟେଡ୍‌ର ସଭାପତି ଶ୍ରୀ ଅନିଲ କୁମାର ସିଂହଙ୍କ ନେତୃତ୍ୱରେ ଏହି ପଦକ୍ଷେପ କମ୍ପାନୀର ସାମାଜିକ ବିକାଶ ପ୍ରତି ପ୍ରତିବଦ୍ଧତା ଏବଂ ଢ଼ିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ଗ୍ରାମ ପଞ୍ଚାୟତର ଲୋକଙ୍କ ଜୀବନଧାରଣର ମାନରେ ଉନ୍ନତି ଆଣିବା ପାଇଁ ଜାରି ରହିଥିବା ପ୍ରୟାସକୁ ପ୍ରତିଫଳିତ କରୁଛି । ସ୍ଥାନୀୟ ଲୋକଙ୍କ ସହ ଆଲୋଚନା ଏବଂ ସେମାନଙ୍କ ବିକାଶମୂଳକ ଆବଶ୍ୟକତାକୁ ଆଧାର କରି ଏହି ପ୍ରକଳ୍ପ ହାତକୁ ନିଆଯାଇଛି ।
ଏହି ଅବସରରେ ଆୟୋଜିତ ସମାରୋହରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍, ପାରାଦୀପର ଉପସଭାପତି ଶ୍ରୀ ମନୋଜ ସିଂହ, ଜନସମ୍ପର୍କ ବିଭାଗର ଏଭିପି ଶ୍ରୀ ସମରେନ୍ଦୁ ପଟ୍ଟନାୟକ ଏବଂ କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (CSR) ବିଭାଗର ମୁଖ୍ୟ ଶ୍ରୀ ଅଭିଜିତ ମହାନ୍ତି ଯୋଗ ଦେଇଥିଲେ । ଏଥିସହ ନୂଆଗାଁ ଗ୍ରାମ ପଞ୍ଚାୟତର ପ୍ରତିନିଧି ଶ୍ରୀ ସ୍ମୃତି ମନ୍ତ୍ରୀ , ଶ୍ରୀ ତାମିଲ ପ୍ରଧାନ, ଶ୍ରୀ କୁନା ଭୂୟାଁ, ଶ୍ରୀ ଦିଲ୍ଲୀପ ଦାସ, ଶ୍ରୀ ଅଜିତ ପ୍ରସାଦ ରାଉତ, ଶ୍ରୀ ନାରାୟଣ ଜେନାଙ୍କ ସମେତ ଅନ୍ୟାନ୍ୟ ସ୍ଥାନୀୟ ନେତୃବୃନ୍ଦ ଓ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ । ନବନିର୍ମିତ କାଳୀପୂଜା ମଣ୍ଡପଟି ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ କାଳୀପୂଜା ପାଳନ ଓ ବିଭିନ୍ନ ସାମାଜିକ ତଥା ସାଂସ୍କୃତିକ ସମାବେଶ ଆୟୋଜନ କରିବାରେ ଏକ ଉତ୍ସର୍ଗୀକୃତ ସ୍ଥାନ ଭାବେ କାର୍ଯ୍ୟ କରିବ। ଏହାଦ୍ୱାରା ସ୍ଥାନୀୟ ଲୋକଙ୍କ ମଧ୍ୟରେ ସାମାଜିକ ସଦ୍‌ଭାବ, ଏକତା ଓ ସାଂସ୍କୃତିକ ସମ୍ପର୍କ ଆହୁରି ସୁଦୃଢ଼ ହେବ ।
ଏହି ଜନହିତକର ପଦକ୍ଷେପକୁ ସ୍ଥାନୀୟ ଲୋକମାନେ ସ୍ୱାଗତ କରିବା ସହ ସେମାନଙ୍କ ଦୀର୍ଘଦିନର ଦାବି ପ୍ରତି ଗୁରୁତ୍ୱ ଦେଇ ଅଞ୍ଚଳର ବିକାଶରେ ସହଯୋଗ କରିଥିବାରୁ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ଓ ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେସନ୍‌କୁ କୃତଜ୍ଞତା ଜଣାଇଛନ୍ତି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...