ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ବାଣ ଭିଡ଼ିବା ବେଳେ ଅଘଟଣ, ଦୀପାବଳି ପାଇଁ ଭିଡୁଥିଲେ ବାଣ, ଘର ଭିତରେ ହେଲା ବିସ୍ପୋରଣ, ଜଣେ ମୃତ ୫ ଆହତ

News Prime Odisha | 08 Oct 2026 | 4 min read | 4 views

pozecon
News Prime Odisha
ତିର୍ତ୍ତୋଲ ( ଏନ. ପି.ଓ ) : ବାଣ ବିସ୍ପୋରଣରେ ଜଣେ ମୃତ୍ୟୁ ସହ ଦୁଇଜଣ ଗୁରୁତର ଓ ତିନିଜଣ ସାମାନ୍ୟ ଆହତ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ପଟିଲୋ ଗ୍ରାମପଞ୍ଚାୟତ ମହିଳୋ ଗ୍ରାମରେ ଏହି ଅଘଟଣ ଘଟି ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମହିଳୋ ଗ୍ରାମରେ ମନୋରଞ୍ଜନ ସ୍ବାଇଁଙ୍କ ଘରେ ଏହି ଭୟାବହ ବିସ୍ପୋରଣ ଘଟିଛି । ଆଜି ଦିନ ପ୍ରାୟ ୧୨ ଟା ସମୟରେ ହଠାତ ଘରେ ବିସ୍ପୋରଣ ଘଟିଥିଲା । ଯାହାଫଳରେ ଘରର ମୁଖ୍ୟ ମନୋରଞ୍ଜନ ସ୍ୱାଇଁ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ସମୟରେ ଦୁଇଜଣ ଗୁରୁତର ହୋଇଛନ୍ତି ଏବଂ ତିନିଜଣ ସାମାନ୍ୟ ଆହତ ହୋଇଛନ୍ତି । ମୃତକ ମନୋରଞ୍ଜନ ଓ ତିନି ଜଣ ସାମାନ୍ୟ ଆହତଙ୍କୁ ଜଗତସିଂହପୁର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ଓ ଦୁଇଜଣ ଗୁରୁତରଙ୍କୁ କଟକ ପଠାଯାଇଛି । ବିସ୍ପୋରଣ ଏତେ ଭୟଙ୍କର ଥିଲା ଯେ ତାହାର ପ୍ରଭାବରେ ଛାତ ଘରର କାନ୍ଥ ଓ ଛାତ ଫାଟିଯାଇ ଓହଳି ରହିଛି । ଘଟଣାସ୍ଥଳରେ ତିର୍ତ୍ତୋଲ ପୋଲିସ ପହଞ୍ଚି ତଦନ୍ତ ଚଲେଇଛି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...