ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀଙ୍କ ଅବସର ଗ୍ରହଣ ଉପଲକ୍ଷେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

sumanta swain | 31 Oct 2026 | 8 min read | 4 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଜଗତସିଂହପୁର ରେ କାର୍ଯ୍ୟରତ କର୍ମଚାରୀ ଶ୍ରୀ ପରିକ୍ଷୀତ ପଟ୍ଟନାୟକଙ୍କ ଅବସର ଗ୍ରହଣ ଉପଲକ୍ଷେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅଧିକାରୀ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ରେ ଆୟୋଜିତ ହୋଇଥିଲା । ୧୯୯୦ମସିହାରୁ ଶ୍ରୀ ପଟ୍ଟନାୟକ ଅବିଭକ୍ତ କଟକ ଜିଲ୍ଲା ଅଧୀନସ୍ଥ ଉପଖଣ୍ଡ ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ, ଜଗତସିଂହପୁର ରେ କାର୍ଯ୍ୟରତ ଥିଲେ । ପରେ ଜିଲ୍ଲା ଗଠନ ହେବା ପରେ ୧୯୯୪ ମସିହାରୁ ସେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ର ଜଣେ କର୍ତ୍ତବ୍ୟନିଷ୍ଠ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ ଆଜି ପର୍ଯ୍ୟନ୍ତ କାର୍ଯ୍ୟ କରିଆସୁଥିଲେ । ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ତାଙ୍କର ଦୀର୍ଘ ବର୍ଷର ନିଷ୍ଠାପର ସେବା, କର୍ତ୍ତବ୍ୟନିଷ୍ଠା, ଦକ୍ଷତା ଓ କାର୍ଯ୍ୟ ପ୍ରତି ସମର୍ପଣ ଭାବନାକୁ ଉଚ୍ଚ ପ୍ରଶଂସା କରିଥିଲେ । ସରକାରୀ କାର୍ଯ୍ୟ ସମ୍ପାଦନରେ ତାଙ୍କର ଅବଦାନ ଓ ସହକର୍ମୀମାନଙ୍କ ପ୍ରତି ତାଙ୍କର ସହଯୋଗ ପୂର୍ଣ୍ଣ ମନୋଭାବ ସର୍ବଦା ସ୍ମରଣୀୟ ହୋଇ ରହିବ । ତାଙ୍କ ମେଳାପି ଓ ମିଷ୍ଟଭାଷୀ ସ୍ୱଭାବ ପାଇଁ ସେ ସମସ୍ତଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନିୟମାନୁଯାୟୀ ତାଙ୍କୁ ପ୍ରୋଭିଜିନାଲ ପେନସନ କାଗଜପତ୍ର ପ୍ରଦାନ କରିଥିଲେ ।
ସଭାରେ ଉପସ୍ଥିତ ସମସ୍ତେ ତାଙ୍କର ଅବସର ପରବର୍ତ୍ତୀ ଜୀବନ ସୁଖମୟ, ସୁସ୍ଥ, ଶାନ୍ତିପୂର୍ଣ୍ଣ ଓ ମଙ୍ଗଳମୟ ହେଉ ବୋଲି ସମସ୍ତେ କାମନା କରିଥିଲେ । ଶେଷରେ ତାଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ଉପହାର ପ୍ରଦାନ କରି ସମ୍ମାନର ସହ ବଡ଼ବଜାର ସ୍ଥିତ ସରକାରୀ ବାସ ଭବନରେ ଅଧିକାରୀ ଓ କର୍ମଚାରୀମାନେ ଛାଡ଼ି ଆସିଥିଲେ । ସଭାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି ଏବଂ ବରିଷ୍ଠ ତଥା କନିଷ୍ଠ ସହାୟକ ଶ୍ରୀ ଦିବାକର ପାତ୍ର, ଶ୍ରୀ ଦୁର୍ଯ୍ୟୋଧନ ପରିଡ଼ା, ଶୁଭଜିତା ପୃଷ୍ଟି, ରାମକୃଷ୍ଣ ଦେବଦାଶ ଶର୍ମା, ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।ଏଥି ସହିତ ସାମ୍ବାଦିକ ବନ୍ଧୁ ମାନେ ମଧ୍ୟ କାର୍ଯ୍ୟାଳୟ କୁ ଆସି ଆଜି ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...