ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

sumanta swain | 17 Nov 2026 | 6 min read | 3 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ । ଆଜି ମୋଟ ୧୩୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୩୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ କାର୍ଡ ସମସ୍ୟା ସମ୍ପର୍କୀୟ ୮ ଟି, ଆବାସ ଯୋଜନା ସମ୍ପର୍କୀୟ ୧୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୭ ଟି, ପୋଲିସ ସହାୟତା ପାଇବା ପାଇଁ ୮ ଟି, ଭତ୍ତା ପାଇବା ପାଇଁ ୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୪୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ଜଗତସିଂହପୁର,ତହସିଲଦାର, ଜଗତସିଂହପୁର, ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...