ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ

sumanta swain | 17 Nov 2026 | 7 min read | 4 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଆଜି ପୂର୍ବାହ୍ନ ରେ ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆୟୋଜିତ ହୋଇଯାଇଛି । ଜିଲ୍ଲାର ୪ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ମହାବିଦ୍ୟାଳୟ ରୁ କୃତୀ ପ୍ରତିଯୋଗୀ ମାନେ ଆସି ଏହି ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ନିର୍ବାଚନ ସମ୍ପର୍କିତ ସଚେତନତା, ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ମତଦାନର ଗୁରୁତ୍ୱ ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।ଓଡ଼ିଆ ପ୍ରବନ୍ଧ ର ବିଷୟବସ୍ତୁ ଥିଲା "ସଚେତନ ମତଦାତା ସଶକ୍ତ ଗଣତନ୍ତ୍ର" ଏବଂ ଇଂରାଜୀ ପ୍ରବନ୍ଧ ର ବିଷୟବସ୍ତୁ ଥିଲା "Informed voting, strong democracy".
ପ୍ରତିଯୋଗିତା ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ପ୍ରତିବର୍ଗ ରେଶ୍ରେଷ୍ଠ ୧୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏହି ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀ ମାନେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ।

ଏହି ପଦକ୍ଷେପର ମୂଳ ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କ ମଧ୍ୟରେ ନିର୍ବାଚନୀ ସାକ୍ଷରତା ବୃଦ୍ଧି କରିବା ସହିତ ସେମାନଙ୍କୁ ଜଣେ ସଚେତନ, ଦାୟିତ୍ୱବାନ ଓ ସକ୍ରିୟ ନାଗରିକ ଭାବେ ଗଢ଼ି ତୋଳିବା ।
ଡେପୁଟି କଲେକ୍ଟର ଶ୍ରୀମତୀ ତୃପ୍ତିମୟୀ ପ୍ରଧାନ, ଡେପୁଟି କଲେକ୍ଟର ଶ୍ରୀମତୀ କୁଞ୍ଚିତା ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ କେଶବ ମେହେର କାର୍ଯ୍ୟକ୍ରମ ପରିଚାଲନା କରିଥିବା ବେଳେ ଜିଲ୍ଲା ନିର୍ଵାଚନ ବିଭାଗ ଓ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...