ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ପାରାଦୀପ ଫସଫେଟ୍ସ ମଜଦୁର ୟୁନିୟନ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

sumanta swain | 09 Oct 2026 | 5 min read | 12 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ହିନ୍ଦ ମଜଦୁର ସଭା ଅନୁବନ୍ଧିତ ଶ୍ରମିକ ସଂଗଠନ ପାରାଦୀପ ଫସଫେଟ୍ସ ମଜଦୁର ୟୁନିୟନ ର ଏକ ସାଧାରଣ ପରିଷଦ ବୈଠକ ସଂଘର ବରିଷ୍ଠ ଉପସଭାପତି ତଥା ଆଇନଜୀବୀ ଅମୃତ ଦାସଙ୍କ ଅଧ୍ୟକ୍ଷତା ରେ ଗତ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ପାରାଦୀପ ଫସଫେଟ୍ସ ମଜଦୁର ୟୁନିୟନ ର ସଭାପତି ତଥା ବିଜେପି ଜିଲ୍ଲା ସଭାପତି ଏବଂ ପାରାଦୀପ ବନ୍ଦରର ପୂର୍ବତନ ଟ୍ରଷ୍ଟି ପ୍ରତାପ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ୟୁନିୟନ ର ଅନ୍ୟତମ ଉପସଭାପତି ତଥା ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ଖଟୁଆ, ଶ୍ରମିକ ନେତା ଅନନ୍ତ କୁମାର ଦାସ, ନୀଳକଣ୍ଠ ଦେ, ପ୍ରତାପ ହଜାରୀ, ଅନୟ କୁମାର ସ୍ୱାଇଁ, ଅନ୍ତର୍ଯ୍ୟାମୀ ମାର୍ଥୀ, ଦୁର୍ଗା ଚରଣ ମଲ୍ଲିକ, ପ୍ରକାଶ ଦାସ, ଗଜେନ୍ଦ୍ର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ବୈଠକରେ ଅତୀତରେ ଶ୍ରମିକ ସଂଗଠନର କାର୍ଯ୍ୟଧାରା, ସଫଳତା ଓ ବିଫଳତା ସମ୍ପର୍କରେ ଆଲୋଚନା କରାଯାଇ ଆଗାମୀ ଦିନରେ ଶ୍ରମିକ ମାନଙ୍କ ସାମୁହିକ ବିକାଶ ଉପରେ ଆଲୋକପାତ କରାଯାଇ କାର୍ଯ୍ୟ ପନ୍ଥା ସ୍ଥିର କରାଯାଇଥିଲା l ତେବେ ଶ୍ରମିକ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସଭାପତି ପ୍ରତାପ ମିଶ୍ର ଙ୍କ ବଳିଷ୍ଠ ନେତୃତ୍ୱ ପ୍ରତି ସାଧାରଣରେ ଆସ୍ଥା ପ୍ରକଟ କରାଯାଇଥିଲା l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...