ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ଜଗତସିଂହପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର କ୍ଷେତ୍ର ପରିଦର୍ଶନ କଲେ ଜିଲ୍ଲାପାଳ

sumanta swain | 28 Sep 2026 | 11 min read | 13 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଲଘୁଚାପ ପ୍ରଭାବରେ ଗତ କିଛିଦିନ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ର ୩୦ ଟି ଗେଟ ଖୋଲାଯାଇଛି ବୋଲି ସୂଚନା ମିଳିଛି ।ଫଳରେ ମୁଣ୍ଡଳୀଠାରେ ଜଳ ପ୍ରବାହ ୮ ଲକ୍ଷ କ୍ୟୁସେକ୍‌ରୁ ଅଧିକ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଜଗତସିଂହପୁର ସାମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ୟା ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ଏବଂ ସମସ୍ତ ପ୍ରସ୍ତୁତିକୁ ସୁଦୃଢ଼ କରାଯାଇଛି ।

ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍‌, ଶ୍ରୀ ଜେ ସୋନାଲ ଏ ନେଇ ଗତକାଲି ଆଭାସୀ ମାଧ୍ୟମରେ ଆରକ୍ଷୀ ଅଧୀକ୍ଷକ , ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (CDO)ଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ଏକ ପ୍ରସ୍ତୁତି ବୈଠକ କରିଥିଲେ ।
ଆଜି ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ ପିଲ୍ଲେ ତଥା ସଂପୃକ୍ତ ବିଡ଼ିଓ ତହସିଲଦାର ବିଭାଗୀୟ ଅଧିକାରୀ ତିର୍ତ୍ତୋଲ ବ୍ଲକ୍‌ର ମୁଣ୍ଡାସାହି, ମଣିଜଙ୍ଗା ଓ କୋଟକଣା ଏବଂ କୁଜଙ୍ଗ ବ୍ଲକ୍‌ର ହରିପୁର ଆଦି ବନ୍ୟାପ୍ରବଣ ଅଞ୍ଚଳ ପରିଦର୍ଶନ କରି ବନ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।

ତିର୍ତ୍ତୋଲ , କୁଜଙ୍ଗ, ରଘୁନାଥପୁର, ବିରିଡ଼ି ବ୍ଳକ ର ବିଭିନ୍ନ ବନ୍ୟାପ୍ରବଣ ଅଞ୍ଚଳରେ ସମ୍ପୃକ୍ତ ବ୍ଲକ୍‌ ଓ ତହସିଲ୍‌ଦାର, ପୋଲିସ କର୍ମଚାରୀ ଏବଂ ପଞ୍ଚାୟତିରାଜ ଜନ ପ୍ରତିନିଧିମାନଙ୍କୁ କ୍ଷେତ୍ରସ୍ତରରେ ସମନ୍ଵୟ ରେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିମ୍ନାଞ୍ଚଳ ଓ ଜଳମଗ୍ନ ହେବାର ସମ୍ଭାବନା ଥିବା ଗ୍ରାମଗୁଡ଼ିକରେ ଜନସାଧାରଣଙ୍କ ସୁରକ୍ଷା, ଆବଶ୍ୟକ ସହାୟତା ଓ ତ୍ୱରିତ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ସମସ୍ତ ବିଭାଗ ମଧ୍ୟରେ ଘନିଷ୍ଠ ସମନ୍ୱୟ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ଆବଶ୍ୟକ ସ୍ଥଳେ ପ୍ରଭାଵିତ ମାନଙ୍କୁ ଆଶ୍ରୟ ସ୍ଥଳୀ କୁ ସ୍ଥାନାନ୍ତର କରିବା ସହ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ସହ ପାନୀୟ ଜଳ, ଆବଶ୍ୟକୀୟ ଔଷଧ, ପଲିଥିନ୍ ଆଦି ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେବାସହ ଅଞ୍ଚଳ ବାସୀ ଭୟଭୀତ ନ ହୋଇ ଆଶ୍ରୟସ୍ଥଳୀ ରେ ରହିବାକୁ ପରାମର୍ଶ ଦେଇଛନ୍ତି । ପ୍ରଭାବିତ ଙ୍କ ସହ ପ୍ରତ୍ୟକ୍ଷ କଥାବାର୍ତ୍ତା ପରେ ସେମାନଙ୍କ ଗୃହପାଳିତ ପଶୁ ପକ୍ଷୀ ମାନଙ୍କୁ ତୁରନ୍ତ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସେମାନଙ୍କ ପାଇଁ ଗୋଖାଦ୍ୟ, ପଶୁଖାଦ୍ୟ ପାନୀୟ ଜଳ ବ୍ୟବସ୍ଥା ଓ ଆବଶ୍ୟକ ସ୍ଥଳେ ଔଷଧ ବ୍ୟବସ୍ଥା କରିବାକୁ ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲା ପ୍ରଶାସନ ପକ୍ଷରୁ ପରିସ୍ଥିତିର ନିରନ୍ତର ନିରୀକ୍ଷଣ କରାଯାଉଛି । ମାଇକିଂ ଦ୍ଵାରା ଜନ ସଧାରଣ, ମତ୍ସ୍ୟଜୀବୀ ମାନଙ୍କୁ ସତର୍କ କରାଯାଉଛି ।ଜନଜୀବନ ଓ ଧନସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆବଶ୍ୟକ ସମସ୍ତ ପ୍ରତିଷେଧକ ଓ ଉଦ୍ଧାରମୂଳକ ପଦକ୍ଷେପ ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲ୍ଲାପାଳ କହିଛନ୍ତି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...