ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ପ୍ରବଳ ବର୍ଷା ପାଇଁ ସମସ୍ତ ସହରାଞ୍ଚଳରେ ଆଗୁଆ ପ୍ରସ୍ତୁତି

News Prime Odisha | 21 Sep 2026 | 9 min read | 12 views

pozecon
News Prime Odisha
ଭୁବନେଶ୍ୱର ( ଏନ. ପି.ଓ ) : ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର ମୁକାବିଲା ପାଇଁ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ଗୁଡିକୁ ସମ୍ପୂର୍ଣ୍ଣ ସତର୍କ ରହିବା ସହ ଆଗୁଆ ପ୍ରସ୍ତୁତି ନେବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ କୁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ଦକ୍ଷିଣ ଜିଲ୍ଲାଗୁଡ଼ିକର ୟୁ ଏଲ୍ ବି ମାନଙ୍କୁ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ସହ ନାଗରିକଙ୍କ ସୁରକ୍ଷା ଏବଂ ସାଧାରଣ ଜୀବନଯାପନ ଉପରେ ବର୍ଷାଜନିତ ବାଧାକୁ ସର୍ବନିମ୍ନ ରଖିବା ପାଇଁ ଆବଶ୍ୟକ ପ୍ରତିଷେଧମୂଳକ ପଦକ୍ଷେପ ନେବାକୁ କୁହାଯାଇଛି । ସମସ୍ତ ମହାନଗର ନିଗମ କମିଶନର ଓ ପୌର ନିର୍ବାହୀ ଅଧିକାରୀଙ୍କୁ ଆବଶ୍ୟକତା ଅନୁଯାୟୀ ତୁରନ୍ତ ନିୟୋଜନ ପାଇଁ ରାପିଡ୍‌ ଆକ୍ସନ୍‌ ଟିମ୍‌ଗୁଡ଼ିକୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଚିହ୍ନଟ ହୋଇଥିବା ତଳିଆ ଓ ଜଳବନ୍ଦୀପ୍ରବଣ ଅଞ୍ଚଳରେ ଆଗୁଆ ପ୍ରତିଷେଧମୂଳକ ବ୍ୟବସ୍ଥା ନେବା ସହ ସେସବୁ ସ୍ଥାନ ଉପରେ ନିରନ୍ତର ନଜର ରଖିବାକୁ କୁହାଯାଇଛି ।ଆବଶ୍ୟକ ସମୟରେ ବ୍ୟବହାର ପାଇଁ MPCS ଓ ଅନ୍ୟାନ୍ୟ ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖିବା ସହ ବିପଦପ୍ରବଣ ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସମୟୋପଯୋଗୀ ଭାବେ ନିରାପଦ ସ୍ଥାନକୁ ସ୍ଥାନାନ୍ତରଣ ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।
ଜଳବନ୍ଦୀ ଓ ବନ୍ୟା ପରିସ୍ଥିତିରେ ତୁରନ୍ତ ମୁକାବିଲା ପାଇଁ ଡି-ୱାଟରିଂ ପମ୍ପ, ଆବଶ୍ୟକ ଯନ୍ତ୍ରପାତି ଓ ଅନ୍ୟାନ୍ୟ ସରଞ୍ଜାମ ସହ ପର୍ଯ୍ୟାପ୍ତ ମାନବ ସମ୍ବଳକୁ ତୟାର ରଖିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି । କ୍ଷେତ୍ରସ୍ତରରେ ପ୍ରସ୍ତୁତି, ସମ୍ପୃକ୍ତ ଟିମ୍‌ଗୁଡ଼ିକ ମଧ୍ୟରେ ପ୍ରଭାବୀ ସମନ୍ୱୟ ଏବଂ ଆବଶ୍ୟକ ସମ୍ବଳର ତୁରନ୍ତ ନିୟୋଜନ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି, ଯାହାଦ୍ୱାରା ଆବଶ୍ୟକତା ଦେଖାଦେଲେ ତୁରନ୍ତ ହସ୍ତକ୍ଷେପ କରାଯାଇପାରିବ । ସମସ୍ତ ପୌରାଞ୍ଚଳକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର ଓ ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ଅନୁପାଳନ କରିବାକୁ କୁହାଯାଇଛି । ଏଥିସହ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ଓ ଅନ୍ୟାନ୍ୟ ସମ୍ପୃକ୍ତ ବିଭାଗ ସହ ଘନିଷ୍ଠ ସମନ୍ୱୟ ରଖିବା ସହ ଯେକୌଣସି ଆକସ୍ମିକ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...